Odisha Link
Bridging the Missing Links in Odisha

ଅଣଚାଷୀଙ୍କୁ ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ, କହିଲେ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଥିବା ଅଣଚାଷୀଙ୍କୁ ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ। ରାଜ୍ୟରେ ଅନେକ ନକଲି ଚାଷୀ ଅଛନ୍ତି। ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ ଚାଷୀ ଥିବାରୁ ଆଉ ଥରେ ହେବ ତାଲିକା। ରାସନ କାର୍ଡ଼ରେ ଏବେ ସୁଦ୍ଧା ୪୦ ଲକ୍ଷ ଭୂତ ହିତାଧିକାରୀ ବହାରିଲେଣି।

୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା, ସେଥିରେ ସ୍ଵଛତା ଆଣିବାକୁ ନୂଆ ପଦ୍ଧତି ହାତକୁ ନିଆଯାଇଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି। ଅନେକ ଅଣଚାଷୀ ଫାଇଦା ଉଠାଉଛନ୍ତି। ତାଲିକା କରି ତାଙ୍କୁ ଧରିବାକୁ ପଡିବ ବୋଲି ମନ୍ତ୍ରୀ କହିଛନ୍ତି।