ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ କୁମାର ସାହୁ

ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ୍ ମନୋଜ କୁମାର ସାହୁୁ। ଜାନୁୟାରୀ ୨ ତାରିଖରେ ଆଇଏଏସ୍ ଅରନ୍ଦିମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ବଦଳି କରିଥିଲେ ରାଜ୍ୟ ସରକାର। ଜୁଲାଇ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅରବିନ୍ଦ ଡାକୁଆଙ୍କୁ ନିଯୁକ୍ତି ମିଳିଥିଲା। ଏବେ ଅରିନ୍ଦମ ଡାକୁଆଙ୍କ ସ୍ଥାନ ନେଲେ ମନୋଜ ସାହୁ।
ସୂଚନାଥାଉକି, ଡିସେମ୍ବର ୧୭ ତାରିଖରେ ଆନ୍ତଃକ୍ୟାଡ଼ର ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚ୍ ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରିଥିଲେ ରାଜ୍ୟ ସରକାର। ଶ୍ରୀ ସାହୁଙ୍କୁ ରାଜ୍ୟ ସରକାରଙ୍କ ଅନୁରୋଧରେ କେନ୍ଦ୍ର ସରକାର ଓଡ଼ିଶା ପଠାଇଥିଲେ। ପୂର୍ବରୁ ସେ କେନ୍ଦ୍ର ଉପ (ଡେପୁଟି) ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଥିଲେ। ୨୦୦୬ ବ୍ୟାଚ୍ର ଆଇଏଏସ୍ ମନୋଜ କୁମାର ସାହୁ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍ ଅଧିକାରୀ।
ମନୋଜ ସାହୁ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲ୍ଲାରେ ଜିଲ୍ଲାପାଳ ଦାୟିତ୍ଵ ଗ୍ରହଣ କରିବା ସହ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି।