Odisha Link
Bridging the Missing Links in Odisha

ଘୋଷଣା ହେଲା ତାରିଖ, ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ଆଜି ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ନିର୍ବାଚନ ଆୟୋଗ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି। ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର ଭଳି ଏଥର ମଧ୍ୟ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ୮ରେ ଭୋଟ ଗଣତି ହେବ। ୧୦ ଫେବୃଆରୀରେ ନିର୍ବାଚନୀ ପ୍ରକ୍ରିୟା ଶେଷ ହେବ ।

ସୂଚନା ଅନୁସାରେ, ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୩,୪୯,୬୪୫ ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୭୧,୭୩,୯୫୨ ରହିଛି। ସେହିପରି ତୃତୀୟ ଲିଙ୍ଗର ସଂଖ୍ୟା ୧,୨୬୧ ରହିଛି। ଅନ୍ୟପଟେ ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ଆସନ୍ତା ଫେବ୍ରୁଆରୀ ୨୩ ତାରିଖରେ ସରୁଛି। ତାପୂର୍ବରୁ ନିର୍ବାଚନ ହେବ। ଏଥର ଦିଲ୍ଲୀରେ ତ୍ରିମୁଖୀ ଲଢ଼େଇ ହେବ। ମୁଖ୍ୟତଃ ଆମ୍ ଆଦମୀ ପାର୍ଟି, ବିଜେପି ଓ କଂଗ୍ରେସ ଭିତରେ ମହା ଲଢ଼େଇ ଦେଖିବାକୁ ମିିଳିବ।

Leave A Reply

Your email address will not be published.