Odisha Link
Bridging the Missing Links in Odisha

ନାମାଙ୍କନ ଭରିଲେ ଅରବିନ୍ଦ କେଜ୍ରିୱାଲ, ୫ରେ ଭାଗ୍ୟ ପରୀକ୍ଷା

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଏଥିପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ନାମାଙ୍କନ ଦାଖଲ ପୂର୍ବରୁ ଅରବିନ୍ଦ କେଜ୍ରିୱାଲ ବାଲ୍ମୀକି ମନ୍ଦିର ଓ ପ୍ରାଚୀନ ହନୁମାନ ମନ୍ଦିରରେ ଠାକୁରଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ଅରବିନ୍ଦ କେଜ୍ରିୱାଲ ନୂଆ ଦିଲ୍ଲୀ ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ।

ସୂଚନା ଅନୁସାରେ, ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର ଭଳି ଏଥର ମଧ୍ୟ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ୮ରେ ଭୋଟ ଗଣତି ହେବ। ୧୦ ଫେବୃଆରୀରେ ନିର୍ବାଚନୀ ପ୍ରକ୍ରିୟା ଶେଷ ହେବ। ୧୭ ଜାନୁଆରୀ ନାମାଙ୍କନ ଦାଖଲର ଶେଷ ଦିନ ରହିଛି।

୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୩,୪୯,୬୪୫ ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୭୧,୭୩,୯୫୨ ରହିଛି। ସେହିପରି ତୃତୀୟ ଲିଙ୍ଗର ସଂଖ୍ୟା ୧,୨୬୧ ରହିଛି।

Leave A Reply

Your email address will not be published.