ରାଜ୍ୟରେ ଘନକୁହୁଡ଼ି ଭୟ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଏଲ୍ ବ୍ୟୁରୋ: ପୁଣି ଘନକୁହୁଡ଼ିକୁ ନେଇ ସତର୍କତା ଜାରି ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଛି। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି।
ଆସନ୍ତା ୨ ଦିନ ଯାଏଁ ୭ ଜିଲ୍ଲାକୁ ଘନ କୁହୁଡି ପାଇଁ ସତର୍କ ସୂଚନା ଜାରି ହୋଇଛି। ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ୧୭ ତାରିଖ ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର।