Odisha Link
Bridging the Missing Links in Odisha

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୮ ହଜାର ଶିକ୍ଷକ ନିଯୁକ୍ତି ଦେବେ ସରକାର

ଓଏଲ୍‌ ବ୍ୟୁରୋ: ଦୂର ହେବ ଶିକ୍ଷକ ଅଭାବ। ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା। ୨୮ ହଜାର ଶିକ୍ଷକ ନିଯୁକ୍ତି ଦେବେ ସରକାର। ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସରକାର କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରଦାନ କରିଛନ୍ତି। ପରବର୍ତ୍ତୀ ସମୟରେ ଆହୁରି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଆହୁରି ସୁଦୃଢ଼ ହେବ।

ଅନ୍ୟପଟେ, ସ୍କୁଲ ସ୍ତରରେ ଲାଗୁ ହୋଇଛି ଜାତୀୟ ଶିକ୍ଷାନୀତି-୨୦୨୦। ଏହି ‘ଜାତୀୟ ଶିକ୍ଷାନୀତି’ ୨୦୨୪-୨୫ରୁ ଲାଗୁ କରିବାକୁ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି। ଏନେଇ ଖୁବଶୀଘ୍ର ଆସିବ ମାର୍ଗଦର୍ଶିକା। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି ହେବା ନେଇ ନିଷ୍ପତ୍ତି ନିଆଯାଇଛି।

ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ​​କରିବା ପାଇଁ ସତର୍କତାର ସହିତ ବିଚାର କରିବା ପରେ, ସରକାର ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ (MoE) ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷାନୀତିରେ ପାଠପଢ଼ା ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷାନୀତିରେ ହେବ ପାଠପଢ଼ା। ବାଲବାଟିକାରୁ NEP ଆରମ୍ଭ ହେବ। ଏ ନେଇ ଆସନ୍ତା ୨୧, ୨୨ ଓ ୨୩ ତାରିଖରେ ୱାର୍କସପ୍ ହେବ। ଓଡ଼ିଶାର ସ୍କୁଲ ପାଠପଢ଼ାରେ ବୈପ୍ଲବିକ ପରିବର୍ତ୍ତନ ହେବ ବୋଲି ମନ୍ତ୍ରୀ କହିଛନ୍ତି।