Odisha Link
Bridging the Missing Links in Odisha

ଆଜି ବସିବ ପ୍ରାକ୍ ବଜେଟ୍ ବୈଠକ, ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।

ଫେବ୍ରୁଆରୀ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ।

ଆଜି ବସିବ ରାଜ୍ୟ ପ୍ରାକ୍ ବଜେଟ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ରାଜ୍ୟର ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶାରଦ ଓ ବିଭିନ୍ନ ମହଲର ପ୍ରତିନିଧି ସାମିଲ ହେବେ। ୨୦୨୫-୨୬ ବର୍ଷର ବଜେଟ ପାଇଁ ହେବ ବିଚାରବିମର୍ଶ। ରାଜ୍ୟର ସ୍ବାର୍ଥକୁ ଦୃଷ୍ଟିରେ ରଖି ବଜେଟ ପ୍ରସ୍ତୁତ ହେବ।

Leave A Reply

Your email address will not be published.