ସଂସଦରେ ମହାମହିମ, ଆରମ୍ଭ ହେବ ବଜେଟ ଅଧିବେଶନ

ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସଂସଦରେ ପହଂଚିଛନ୍ତି ମହାମହିମ ରାଷ୍ଟ୍ରପତି। ଏହା ପର ଦିନ ଅର୍ଥାତ ଫେବୃଆରୀ ୧ ତାରିଖରେ ବଜେଟ ଆଗତ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ଲାଗି ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ।
ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ କିଛି ଗୁରୁତ୍ବପୂର୍ଣ୍ଣ ବିଲ୍ ପାସ୍ ଏବଂ ବଜେଟ ଆବଣ୍ଟନ ଉପରେ ଫୋକସ୍ ରହିବ। ଏହାପରେ ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୦ରେ ଆରମ୍ଭ ହେବ। ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ। ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ।