Odisha Link
Bridging the Missing Links in Odisha

୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯିବ। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ, ଏଏସ୍ଆଇ ଦ୍ବାରା ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି ଏକ୍ସରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିବା ଉଲ୍ଲେଖ କରିଛନ୍ତି।