Odisha Link
Bridging the Missing Links in Odisha

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ ପାଇଁ କଡ଼ା ନିର୍ଦ୍ଦେଶ, ଅବହେଳା କଲେ ମିଳିବ ଦଣ୍ଡ

ଓଏଲ୍‌ ବ୍ୟୁରୋ: ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ ହେଉଛି ରାଜ୍ୟ ସରକାରଙ୍କ ସର୍ବୋତ୍ତମ କାର୍ଯ୍ୟକ୍ରମ ଗୁଡିକ ମଧ୍ୟରୁ ଅନ୍ୟତମ। ଯାହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସବୁ ବିଭାଗକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ବିଭାଗୀୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ। ଅବହେଳା କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଭାଗୀୟ ସ୍ତରରେ ସମାଧାନ ହେଉନଥିବାରୁ ଲୋକେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସୁଛନ୍ତି। ସମାନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ବାରମ୍ବାର ଆସୁଛନ୍ତି। ଅଭିଯୋଗ ଗୁଡିକର ସମାଧାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଅନୁରୋଧ କରିଛନ୍ତି।