Odisha Link
Bridging the Missing Links in Odisha

+୨ କଳା ଓ ବାଣିଜ୍ୟ ବିଭାଗର ପରୀକ୍ଷା ଆରମ୍ଭ, କପି ରୋକିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା

ଓଏଲ୍‌ ବ୍ୟୁରୋ: ଗତକାଲିଠୁ ଆରମ୍ଭ ହୋଇଛି +୨ ପରୀକ୍ଷା। ଗତକାଲି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଥିବାବେଳେ ଆଜିଠୁ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଆଉ ଏହା ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ। ଚଳିତବର୍ଷ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ ଦେବେ ପରୀକ୍ଷା।

କଳାରେ ସର୍ବାଧିକ ୨ ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬, ଧନ୍ଦା ମୂଳକରେ ୫ ହଜାର ୭୨୧ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ଏଥର ୨୦୫ଟି ହବ୍ କରାଯାଇଛି। ଚଳିତବର୍ଷ ୧୨୬୭ଟି ପରୀକ୍ଷା କେନ୍ଦ୍ର ହୋଇଛି, ଯାହାକି ୨୦୫ଟି ହବ୍ ଅଧୀନରେ ରହିଛି।

ସୂଚନା ଅନୁସାରେ, ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆଜି ଏମ୍‌ଆଇଏଲ୍‌ (ଓଡ଼ିଆ) ପରୀକ୍ଷା ଅଛି। ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷାରେ ସ୍ୱଚ୍ଛତା ଆଣିବା ପାଇଁ ଜିଲ୍ଲାସ୍ତରୀୟ ସ୍କ୍ୱାଡ ଗଠନ ହେବ। କପି ରୋକିବାକୁ ଜିଲ୍ଲାସ୍ତରୀୟ ସ୍କ୍ୱାଡ ଗଠନ ହୋଇଛି।

Leave A Reply

Your email address will not be published.