ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ବାଟାଲିୟନ, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଓଏଲ୍ ବ୍ୟୁରୋ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଏନେଇ ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ୧୦୮୩ ପଦବୀ ସୃଷ୍ଟି ହୋଇଛି। ଆଣ୍ଟି ଟେରରିଷ୍ଟ ଅପରେସନ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇ ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା’ ମନ୍ଦିର ସୁରକ୍ଷା ଉପରେ ଗୁରୁତ୍ବ ଦିଆଯାଇଛି। ସ୍ବତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ସୁରକ୍ଷା ଦାୟିତ୍ବରେ ରହିବ।