Odisha Link
Bridging the Missing Links in Odisha

ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ବିଜୁ ଜୟନ୍ତୀ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବକୁ ମହାସମାରୋହରେ ପାଳନ କରାଯିବ। ବିଜୁ ବାବୁଙ୍କ ଜୟନ୍ତୀରେ ବିଜୁ ବାବୁଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜୁ ବାବୁଙ୍କୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୋସିଆଲ୍ ମିଡିଆ `X’ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେଖିଛନ୍ତି, ଓଡ଼ିଶାର ବିକାଶ ଓ ଲୋକଙ୍କୁ ସଶକ୍ତ କରିବାରେ ବିଜୁ ବାବୁଙ୍କ ଅବଦାନ ସ୍ମରଣୀୟ।

ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି, ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ପରାକ୍ରମ, ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବଳିଷ୍ଠ ଅବଦାନ, ନାରୀ ସଶକ୍ତିକରଣ ଏବଂ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ବହୁମୂଲ୍ୟ ଯୋଗଦାନ ଆମକୁ ପ୍ରେରଣା ଯୋଗାଇ ଆସିଛି। ତାଙ୍କ ପ୍ରଦର୍ଶିତ ମାର୍ଗରେ ଓଡ଼ିଆ ସ୍ୱାଭିମାନ ରକ୍ଷା ସହ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମେ ବଦ୍ଧପରିକର।

Leave A Reply

Your email address will not be published.