Odisha Link
Bridging the Missing Links in Odisha

ଶ୍ରୀମନ୍ଦିର: ଆଜି ୫ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଅର୍ଥାତ ୫ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।