Odisha Link
Bridging the Missing Links in Odisha

ବଢ଼ିବ ତାତି! ସଚେତନ କରାଇଲା ଭାରତୀୟ ପାଣିପାଗ ବିଭାଗ

ଓଏଲ୍‌ ବ୍ୟୁରୋ: ମାର୍ଚ୍ଚ ପ୍ରଥମ ସପ୍ତାହରୁ ମୁଣ୍ତଫଟା ତାତି। ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା। ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ୪୦ ଅତିକ୍ରମ କରିବ। ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଗରମ ଶୁଷ୍କ ପବନ। ପ୍ରଭାବରେ ଦିନକୁ ଦିନ ଉପରମୁହାଁ ହେଉଛି ପାରଦ।

ଆଗାମୀ ଦୁଇ ସପ୍ତାହରେ ରାଜ୍ୟରେ ବଢ଼ିବ ତାପମାତ୍ରା। ୩ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମାର୍ଚ୍ଚ ୭ରୁ ୨୦ ତାରିଖ ମଧ୍ୟରେ ୩୩ ପ୍ରତିଶତ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଦିନକ ତଳେ ଝାରସୁଗୁଡା ଦେଶର ଷଷ୍ଠ ଉତ୍ତପ୍ତ ସହରରେ ପରିଣତ ହୋଇଥିଲା। ୩୯ ଡିଗ୍ରୀ ତାପମାତ୍ରା ସହ ଓଡ଼ିଶାର ସବୁଠୁ ଉତ୍ତପ୍ତ ସହର ହୋଇଥିଲା ଝାରସୁଗୁଡ଼ା। ପଶ୍ଚିମ ଓଡ଼ିଶାରେ ଏବେ ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିଛି ତାତି। ଆସନ୍ତା ଦୁଇ ଦିନ ପରେ ପୁଣି ୨ ରୁ ୩ ଡିଗ୍ରୀ ତାତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।