Odisha Link
Bridging the Missing Links in Odisha

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର: ଆସନ୍ତାକାଲି କୋଟିଏ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ସୁଭଦ୍ରା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା ମିଳିବ। ଗତକାଲି ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ସୁଭଦ୍ରା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିଲା। ଏକ କୋଟି ମହିଳାଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ।

ସେପଟେ, ଏହିମାସ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ରାଜ୍ୟ ସରକାର। ସୂଚନା ଅନୁସାରେ, ଡୋର୍ ଟୁ ଡୋର୍ ବୁଲି ହିତାଧିକାରୀଙ୍କ ସର୍ଭେ କରାଯିବାର ବ୍ୟବସ୍ଥା ହୋଇଛି। ପୂର୍ବ ସୂଚନା ଅନୁସାରେ, ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତିର ଟଙ୍କା ଅର୍ଥାତ୍‌ ୧୫ ହଜାର ଟଙ୍କା।

ସୁଭଦ୍ରାରୁ ମହିଳାଙ୍କୁ ନିଜ ସହ ଯୋଡି ହୋଇ ରଖିବାକୁ ଅନ୍ତର୍ଜାତୀୟ ମହିଳା ଦିବସରେ ବଡ଼ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର। ଏଯାଏଁ ସୁଭଦ୍ରାରେ ୧କୋଟି ୮ଲକ୍ଷ ମହିଳାଙ୍କ ଆବେଦନ କରିଛନ୍ତି। ୫ଟି ପର୍ଯ୍ୟାୟରେ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯାଇଛି। ଯାଞ୍ଚ ପରେ ରକ୍ଷା ବନ୍ଧନରେ ୩ଟି କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।