Odisha Link
Bridging the Missing Links in Odisha

ଆସନ୍ତାକାଲି ଦୋଳ ପୂର୍ଣ୍ଣିମା, ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଆସନ୍ତାକାଲି ଦୋଳ ପୂର୍ଣ୍ଣିମା ପୂର୍ବରୁ ଆଜି ସଂଧ୍ୟାରେ ପରମ୍ପରା ଅନୁସାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଆଜି ମଧ୍ୟାହ୍ନ ଧୂପ ନୀତି ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ଅନୁଷ୍ଠିତ ହେବ। ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯାଇ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ। ତେବେ ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ ବୋଲି ବିଶ୍ୱାସ ରହିଅଛି।

Leave A Reply

Your email address will not be published.