ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି

ଓଏଲ୍ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନକାଳ ଜାରି ରହିଥିବାବେଳେ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ବି ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି, ହୋହହ୍ଲା କରିଛନ୍ତି। ହଟ୍ଟଗୋଳ ମଧ୍ୟରେ ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିଲା। ଅତ୍ୟଧିକ ହଟ୍ଟଗୋଳ କାରଣରୁ ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୧.୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ।