Odisha Link
Bridging the Missing Links in Odisha

ଶାରିରୀକ ପରୀକ୍ଷା ସମୟରେ ଯୁବକଙ୍କ ମୃତ୍ୟୁ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଦେବଗଡ଼ ରିଜର୍ଭ ପୁଲିସ ପଡ଼ିଆରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ ପରୀକ୍ଷାର୍ଥୀଙ୍କ ପ୍ରାଣହାନି ହୋଇଥିବା ଜଣା ପଡିଛି। ପରୀକ୍ଷାର୍ଥୀଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।