Odisha Link
Bridging the Missing Links in Odisha

ଆସନ୍ତାକାଲି ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ୫ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଆସନ୍ତାକାଲି ବୁଧବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତନୀତି ସମାପନ କରାଯିବ। ଏ ନେଇ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ଓ ଦଇତାପତି ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତାନୀତି ସମ୍ପାଦନ କରାଯିବ। ଗୁପ୍ତନୀତି ସମାପନ ନେଇ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।