ରାଜ୍ୟରେ କାଳବୈଶାଖୀ ପ୍ରଭାବ: ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଏଲ୍ ବ୍ୟୁରୋ: ବଦଳିଲା ପାଗର ମିଜାଜ। ମଙ୍ଗଳବାର ଅପରାହ୍ନରେ ପ୍ରାୟ ୪୫ ମିନିଟରୁ ଅଧିକ ସମୟ ଧରି ଭୁବନେଶ୍ବର ଓ କଟକରେ ବର୍ଷା ଲାଗି ରହିଥିଲା। ଏହା ସହିତ ପବନର ପ୍ରକୋପ ମଧ୍ୟ ଦେଖିବାକୁ ମିଳିଥିଲା। ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ୪ ଦିନ ପାଇଁ ବର୍ଷା ଓ ପବନ ହେବା ନେଇ ସତର୍କ ସୂଚନା ଜାରି କରାଯାଇଥିଲା। ଆଜି ପାଇଁ ଝଡ଼ ତୋଫାନ ଓ ବଜ୍ରପାତ ନେଇ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୮ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି।