Odisha Link
Bridging the Missing Links in Odisha

ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ସମ୍ବଲପୁର ଦୁର୍ଗାପାଲିସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟରେ ଆଜି ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି। ସିଧାସଳଖ ଲୋକଙ୍କ ଅଭିଯୋଗର ଶୁଣାଣି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଶିବିରରେ ୧୧ ମନ୍ତ୍ରୀଙ୍କ ସହ ବିଭାଗୀୟ ସଚିବ ମଧ୍ୟ ସାମିଲ ହୋଇଛନ୍ତି।

ଆଜିର ଏହି ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପଂଚାୟତିରାଜମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁରରେ ପହଞ୍ଚି ମା’ ସମଲେଇଙ୍କ ଦର୍ଶନ କରିଥିଲେ। ଏଥିସହ ସମଲେଇ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ। ଲୋକଙ୍କ ସରକାର ଲୋକଙ୍କ ପାଖକୁ ଆସି ଅଭିଯୋଗ ଶୁଣୁଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।

Leave A Reply

Your email address will not be published.