Odisha Link
Bridging the Missing Links in Odisha

ବନକଲାଗି: ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ଓଏଲ୍‌ ବ୍ୟୁୁରୋ: ଆଜି ବୁଧବାର ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।