Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ। ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ସବୁ ବିଭାଗୀୟ ସଚିବ ବୈଠକରେ ଉପସ୍ଥିତ ରହିବେ। ଆଜି ୮ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ସୂଚନା ରହିଛି।