Odisha Link
Bridging the Missing Links in Odisha

ମେ’୧ରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ, ପର୍ଯ୍ୟଟକଙ୍କୁ ପ୍ରବେଶ ମନା

ଓଏଲ୍‌ ବ୍ୟୁରୋ: ମେ’୧ରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଲୁଣି କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି।