Odisha Link
Bridging the Missing Links in Odisha

କଟକ ବଡ଼ ମେଡିକାଲ ଯାଏଁ ଗଡ଼ିବ ମେଟ୍ରୋ, ନୂଆ DPR ପ୍ରସ୍ତୁତ ନେଇ ମନ୍ତ୍ରୀ ଦେଲେ ସୂଚନା..

ଓଏଲ୍‌ ବ୍ୟୁରୋ: କଟକ ବଡ଼ ମେଡିକାଲ ଯାଏଁ ମେଟ୍ରୋ ପ୍ରକଳ୍ପ ସଂପ୍ରସାରଣ ହେବ। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ ସଂପ୍ରସାରଣ ହେବ। କଟକ ବସ୍‌ଷ୍ଟାଣ୍ଡ ଓ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ସଂପ୍ରସାରଣ ହେବ। ମେଟ୍ରୋ ପାଇଁ କମିଟି ଗଠନ କରାଯାଇଛି। ବିଭିନ୍ନ ସହର ବୁଲି ଅନୁଧ୍ୟାନ କରୁଛି କମିଟି, ନୂଆ DPR ପ୍ରସ୍ତୁତ କରାଯାଉଛି। କେବଳ ରାଜ୍ୟ ପାଣ୍ଠିରୁ ନୁହେଁ, କେନ୍ଦ୍ର ସହଯୋଗରେ ମେଟ୍ରୋ ହେବ ବୋଇଇ ମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି। ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି। ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ପ୍ରାୟ ୨୬ କିଲୋମିଟର ଏହି ମେଟ୍ରୋ ରେଳ ଚଳାଚଳ କରିବ ବୋଲି ପୂର୍ବରୁ ସ୍ଥିର ହୋଇଥିବାବେଳେ କଟକ ବଡ଼ ମେଡିକାଲ ଯାଏଁ ମେଟ୍ରୋ ପ୍ରକଳ୍ପ ସଂପ୍ରସାରଣ ହେବ ବୋଲି ମନ୍ତ୍ରୀ କହିଛନ୍ତି।