ପୁରୀରେ ବିମାନବନ୍ଦର ନିର୍ମାଣକୁ କେନ୍ଦ୍ରର ଅନୁମୋଦନ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଦେଶବ୍ୟାପୀ ବିମାନ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ସଂକଳ୍ପବଦ୍ଧ ଅଛନ୍ତି। ଏହି କ୍ରମରେ ଆଉ ଏକ ପଦକ୍ଷେପ ନେଇଛନ୍ତି ସରକାର। ଓଡ଼ିଶାର ପୁରୀ ଏବଂ ରାଜସ୍ଥାନର କୋଟାରେ ନୂଆ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜରପୁ ଏହି ଦୁଇଟି ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣକୁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ପୁରୀରେ ବିମାନବନ୍ଦର ନିର୍ମାଣକୁ କେନ୍ଦ୍ରର ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।