ଜୁନ୍ରୁ ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିବ ବିମାନ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଓଡ଼ିଶାର ବିମାନ ସେବା କ୍ଷେତ୍ରରେ ଯୋଡ଼ି ହେବ ନୂୂଆ ଅଧ୍ୟାୟ। ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିବ ସିଧାସଳଖ ବିମାନ। ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଜୁନ୍ରୁ ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିବ ବିମାନ। କେବଳ ମଙ୍ଗଳବାର, ବୁଧବାର ଓ ଶନିବାର ଉଡ଼ିବ ବିମାନ। ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।