Odisha Link
Bridging the Missing Links in Odisha

୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଓଏଲ୍‌ ବ୍ୟୁରୋ: ଓଡିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌)ର ସରସଂଘଚାଳକ ମୋହନ ଭାଗବତ। ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌)ର ସରସଂଘଚାଳକ ମୋହନ ଭାଗବତ। ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ସେ ପହଞ୍ଚିବେ। ଏଠାରୁ ସଡ଼କପଥରେ ଯାଇ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ।

ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ। ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ। ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି କଟକ ଗତିରାଉତପାଟଣାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୧୬ ତାରିଖ ଅପରାହ୍ଣରେ ସେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

Leave A Reply

Your email address will not be published.