Odisha Link
Bridging the Missing Links in Odisha

ରାଜଧାନୀରେ ‘ଆମ ବସ୍‌’ ସେବା ବନ୍ଦ, ଆନ୍ଦୋଳନକୁ ଓହ୍ଲାଇଲେ ବସ୍‌ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌

ଓଏଲ୍‌ ବ୍ୟୁରୋ: ରାଜଧାନୀରେ ‘ଆମ ବସ୍‌’ ସେବା ବନ୍ଦ ରହିଛି। ଡିପୋରେ ବସ୍ ଠିଆ କରି ଆନ୍ଦୋଳନରେ ବସିଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର। ବିନା କାରଣରେ ଲୋକମାନେ ଅନେକ ସମୟରେ ଡ୍ରାଇଭର ଓ କଣ୍ଡକ୍ଟରକୁ ମାଡ଼ ମାରିବା ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ‘ଆମ ବସ୍’ କର୍ମଚାରୀ। ରାଜ୍ୟ ସରକାର ସୁରକ୍ଷା ଦେଲେ ଆମେ ଗାଡ଼ି ଚଲାଇବୁ। ନହେଲେ ଗାଡ଼ି ଗଡିବ ନାହିଁ ବୋଲି କହିଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର। ଯାହାଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।