Odisha Link
Bridging the Missing Links in Odisha

ଦାରା ସିଂ ମାମଲା: ଜବାବ ଦେବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ଦାରା ସିଂ ମାମଲାରେ ଦଣ୍ଡ କୋହଳ ପାଇଁ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଜବାବ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨ ସପ୍ତାହ ଭିତରେ ଜବାବ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ।

ସୂଚନା ଅନୁସାରେ, ୧୯୯୯ ମସିହା ଜାନୁଆରୀ ୨୧ ତାରିଖରେ ଦାରା ସିଂହ ଓ ତାଙ୍କ ସହଯୋଗୀ ମହେନ୍ଦ୍ର ହେମ୍ବ୍ରମ କେନ୍ଦୁଝର ଜିଲ୍ଲାର ମନୋହରପୁରଠାରେ ଅଷ୍ଟ୍ରେଲୀୟ ମିସନାରି ଗ୍ରାହମ ଷ୍ଟେନ୍‌ସ ଓ ତାଙ୍କର ଦୁଇ ପୁଅଙ୍କୁ ଗାଡ଼ି ଭିତରେ ଶୋଇଥିବା ସମୟରେ ଜିଅନ୍ତା ପୋଡ଼ି ହତ୍ୟା କରିଥିଲେ। ଏହି ଘଟଣାରେ ଦାରା ସିଂ ଓ ତାଙ୍କ ସହଯୋଗୀ ମହେନ୍ଦ୍ରଙ୍କୁ ଗିରଫ କରିଥିଲେ ତତ୍କାଳୀନ କେନ୍ଦୁଝର ଏସପି ତଥା ଓଡିଶାର ବର୍ତ୍ତମାନ ପୁଲିସ ମହାନିର୍ଦ୍ଦେଶକ ଓ୍ଵାଇ ବି ଖୁରାନିଆ।

ଏହାପରେ ୨୦୦୦ରେ ସିବିଆଇ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଥିଲେ। ପରେ ୨୦୦୫ରେ ଓଡ଼ିଶା ହାଇକୋର୍ଟ ମୃତ୍ୟୁ ଦଣ୍ଡାଦେଶକୁ କୋହଳ କରି ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କରିଥିଲେ। ପରେ ସୁପ୍ରିମକୋର୍ଟ ଏହି ଦଣ୍ଡାଦେଶକୁ କାଏମ ରଖିଥିଲେ। ଏହି ଘଟଣା ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।

Leave A Reply

Your email address will not be published.