ନୂଆ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ସମୟ ଥିଲା ସକାଳ ୮ଟା। ଲୋକାରଣ୍ୟ ହୋଇ ଉଠିଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ। କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ସହଯୋଗୀ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀଗଣ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରାୟ ୧୦୦୦ ଜଣ ଅନଲାଇନ ଜରିଆରେ ପଂଜିକୃତ ଓ ଅଫଲାଇନରେ ପ୍ରାୟ ୪୦୦ ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଭୁବନେଶ୍ୱର ୟୁନିଟ ୨ ସ୍ଥିତ କ୍ୟାପିଟାଲ ନର୍ସରୀ ନିକଟରେ ଅଭିଯୋଗ ଶୁଣାଣି କରାଯାଇଛି।