Odisha Link
Bridging the Missing Links in Odisha

ଚିନ୍ତା ବଢ଼ାଇଲା କରୋନା, ଭୁବନେଶ୍ୱରରେ ପଜିଟିଭ ଚିହ୍ନଟ

ଓଏଲ୍‌ ବ୍ୟୁରୋ: ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ। ହଂକଂ,ଥାଇଲାଣ୍ଡ ଓ ସିଙ୍ଗାପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ପାଲଟିଛି। ୭ ଦିନ ଭିତରେ ଭାରତରେ ୫୭ ଜଣ ନୂଆ କୋଭିଡ ରୋଗୀ ଚିହ୍ନଟ ହେବା ପରେ ସତର୍କରେ ସରକାର। ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି। ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।