Odisha Link
Bridging the Missing Links in Odisha

ହଜାରେ ଟପିଲା କରୋନା ସଂକ୍ରମଣ ମାମଲା: ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଓଏଲ୍‌ ବ୍ୟୁରୋ: ଦେଶରେ ଗତ ଗୋଟିଏ ସପ୍ତାହ ହେବ କରୋନା ସଂକ୍ରମଣ ବଢ଼ୁଛି। କେବଳ ଗତ ସପ୍ତାହରେ ଦେଶରେ ୭୫୨ ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏଥିସହ ଦେଶରେ ମୋଟ୍‌ ସକ୍ରିୟ ମାମଲା ୧ ହଜାର ଟପିଯାଇଛି। କରୋନା ସ୍ଥିତିକୁ ନଜରରେ ରଖି ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଭିଡିଓ କନ୍‌ଫରରେନ୍ସିଂରେ ସବୁ ରାଜ୍ୟର ଅଧିକାରୀ ମାନେ ସାମିଲ ହେବେ।

ଦେଶରେ ବ୍ୟାପୁଥିବା ଦୁଇଟି ଭ୍ୟାରିଏଣ୍ଟରେ କେବଳ ଥଣ୍ଡା କାଶ ଲକ୍ଷଣ ଦେଖାଯାଉଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଛି। ଦେଶର ସ୍ଥିତିକୁ ଦେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।