Odisha Link
Bridging the Missing Links in Odisha

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ୍ ବୋମା ଘଟଣା: ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ୍ ବୋମା’ ଶୁଣାଣି ଶେଷ ହୋଇଛି। ୭ ବର୍ଷ ପରେ ଆଜି ଆସିବ ମାମଲାର ଚୂଡ଼ାନ୍ତ ରାୟ। ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ।

ସୂଚନା ଅନୁସାରେ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ।

ବିବାହ ଉତ୍ସବର ୫ ଦିନ ପରେ ଉପହାର ପ୍ୟାକେଟ୍‌ ଜରିଆରେ ଏହି ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିବା ରାଜ୍ୟ ତଥା ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାରେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ବଲାଙ୍ଗୀର, ପାଟଣାଗଡ ରାୟପୁର ଅଞ୍ଚଳରେ ତଦନ୍ତ କରି ଭଇଁଷା କଲେଜ ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଘଟଣାର ମାଷ୍ଟରମାଇଣ୍ଡ ଓ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲେ।