Odisha Link
Bridging the Missing Links in Odisha

ଗଭୀର ଅବପାତର ରୂପ ନେଲା ଲଘୁଚାପ, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୨୦ କିମି ବେଗରେ ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହେଉଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟସ୍ଥ ସମୁଦ୍ର ମଧ୍ୟରେ ସକ୍ରିୟ ରହିଛି ଗଭୀର ଅବପାତ। ବାଲେଶ୍ବରଠାରୁ ୧୬୦ କିଲୋମିଟର ପୂର୍ବରେ ରହିଛି। ଏହା ଉତ୍ତର ଆଡ଼କୁ ଗତି କରିବା ସହ ଆହୁରି ଅଧିକ ଘନୀଭୂତ ହେଉଛି।

ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ଲଘୁଚାପ ଯୋଗୁଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲାମାନଙ୍କରେ ମଧ୍ୟମ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ଆଶଙ୍କା ରହିଛି। ଭୁବନେଶ୍ୱରସ୍ଥିତ ଆଇଏମଡିର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ଯୋଗୁଁ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ଏବଂ ଆଗାମୀ କିଛି ଦିନ ମଧ୍ୟରେ ମୌସୁମୀ ରାଜ୍ୟର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେବ।