Odisha Link
Bridging the Missing Links in Odisha

ନନ୍ଦାହାଣ୍ଡିରେ ଦୁର୍ଘଟଣା: ୪ ମୃତ, ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ଏକ ଦୁର୍ଘଟଣା ଘଟିଥିବା ସାମ୍ନାକୁ ଆସିଥିଲା। ଦୁର୍ଘଟଣାରେ ଏମ୍. ସନ୍ତୁ , ଅମିର ଖରା, ଲାଲୁ ରଣା ଓ ତ୍ରିଲୋଚନ ଭତ୍ରାଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।।