କାଳବୈଶାଖୀ ପ୍ରଭାବ: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଏଲ୍ ବ୍ୟୁରୋ: ରାଜ୍ୟରେ ଦିନରେ ଖରା ଆଉ ଉପର ବେଳା ପାଗରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ଅସହ୍ୟ ତାତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡଘଡି ବିଜୁଳି ହୋଇଥିଲା। ଆଜି ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବାରେ। ଏହି ସବୁ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ସତର୍କ ସୂଚନା ଜାରି ହୋଇଛି।