ପାଖେଇ ଆସୁଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, କରୋନା ନେଇ ବଡ଼ ବୟାନ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ..

ଓଏଲ୍ ବ୍ୟୁରୋ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଂଚଳ ଶ୍ରୀକ୍ଷେତ୍ର। ଆଉ ୨ ସପ୍ତାହ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହୋଇଛି ରଥଯାତ୍ରାର ଦ୍ୱିତୀୟ ସମନ୍ବୟ ବୈଠକ। ବୈଠକ ପରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, କରୋନା ପାଇଁ ବ୍ୟସ୍ତ ହୁଅନ୍ତୁନି। ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି। ୩୦୦ ଡାକ୍ତର ନିୟୋଜିତ ହେବେ। ଅସ୍ଥାୟୀ ବର୍ଣ୍ଣ ୟୁନିଟ୍, ଆଇସିୟୁ ହୋଇଛି। କୋଭିଡ ପାଇଁ ଆଡଭାଇଜରୀ ମାନନ୍ତୁ।
ଅନ୍ୟପଟେ, ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯ରେ ପହଞ୍ଚିଛି। ଅନ୍ୟ ୩ ରୋଗୀ ମଧ୍ୟ ସୁସ୍ଥ ହୋଇଛନ୍ତି। ଏହି ୩ ଜଣଙ୍କୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ପହଞ୍ଚିଛି ୧୫ରେ। ଅର୍ଥାତ ରାଜ୍ୟରେ ସକ୍ରିୟ କୋଭିଡ ରୋଗୀଙ୍କ ସଂଖ୍ୟା ଏବେ ୩୪ ରହିଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଦେଶରେ ଏବେ କୋଭିଡ୍ ରୋଗୀଙ୍କ ସଂଖ୍ୟା ୬ ହଜାର ପାର୍ କରିଛି। ୬ ହଜାର ୧୩୩ ଜଣ କୋଭିଡ୍ ପଜିଟିଭ ରହିଛନ୍ତି ଦେଶରେ। ୨୪ ଘଣ୍ଟାରେ ଦେଶରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୪ ଘଣ୍ଟାରେ ଦେଶରେ ୩୭୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।
ସ୍ଥିତିକୁ ଦେଖି ପବ୍ଲିକ୍ ଆଡଭାଇଜରୀ ଜାରି କରିଛନ୍ତି କେନ୍ଦ୍ର ସରକାର । ଅକ୍ସିଜେନ୍, ଆଇସୋଲେସନ ବେଡ୍, ଭେଣ୍ଟିଲେଟର ଓ ଆବଶ୍ୟକୀୟ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତିଦିନ ଶହ ଶହ ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ରାଜ୍ୟଗୁଡ଼ିକ ସହ ବୈଠକ ପରେ କୋଭିଡ୍ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର।