Odisha Link
Bridging the Missing Links in Odisha

ସମୁଦ୍ର କୂଳରେ ୧୦୮ ଗରା ପାଣି, ସୁଦର୍ଶନଙ୍କ ବାଲୁକା କଳାରେ ସ୍ନାନଯାତ୍ରାର ସ୍ୱତନ୍ତ୍ର ବାଲୁକାକୃତି

ଓଏଲ୍‌ ବ୍ୟୁରୋ: ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ସମୁଦ୍ର କୂଳରେ ମହାପ୍ରଭୁଙ୍କ ସ୍ନାନଯାତ୍ରାର ସ୍ୱତନ୍ତ୍ର ବାଲୁକାକୃତି କରିଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ୧୦୮ ଗରା ପାଣି ସହ ଚତୁର୍ଦ୍ଧା ମୂର୍ତ୍ତି ଆଙ୍କିଛନ୍ତି। ସୁନା କୂଅରୁ ଗରା ଗରା ପାଣି ଆଣି ମହାପ୍ରଭୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ ସୁବାସିତ ଜଳ ଅର୍ପଣ କରିବା ପରେ ସେବାୟତମାନେ ତାଙ୍କୁ ସ୍ନାନ କରିବା କାର୍ଯ୍ୟ ଆରମ୍ଭ କରିଥିଲେ।

ମଙ୍ଗଳ ଆଳତୀ, ମଇଲମ, ଅବକାଶ ପରେ ଆରମ୍ଭ ହୋଇଥିଲା ସ୍ନାନନୀତି। ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭ୍ରଦ, ଦେବୀ ସୁଭଦ୍ରାଙ୍କୁ ସ୍ନାନ ମଣ୍ଡପରେ ୧୦୮ କଳସ ଜଳରେ ସ୍ନାନ କରାଯାଇଛି। ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ବଳଭଦ୍ରଙ୍କୁ ୩୩ ଗରା ଜଳରେ ସ୍ନାନ କରାଯାଇଥିବା ବେଳେ ସୁଭଦ୍ରାଙ୍କୁ ୨୨ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ଅଭିଷେକ କରାଯାଇଥିଲା।