Odisha Link
Bridging the Missing Links in Odisha

ଯାଜପୁରରେ ଅଣାୟତ୍ତ ଝାଡ଼ାବାନ୍ତି ସ୍ଥିତି: ୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଓଏଲ୍‌ ବ୍ୟୁରୋ: ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ୫୦୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ମଙ୍ଗଳବାରଠାରୁ ଅଚାନକ ଶତାଧିକ ରୋଗୀ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଯୁବକ, ଶିଶୁ, ମହିଳା, ବୟସ୍କ ସବୁ ବର୍ଗର ଲୋକେ ଆକ୍ରାନ୍ତ ହୋଇଛନ୍ତି।

ଦୁଇ ମୁନିସପାଲିଟି, ଧର୍ମଶାଳା, ରସୁଲପୁର, କୋରେଇ, ଦାନଗଦିରେ ବ୍ୟାପୁଛିଉକ୍ତ ଅଞ୍ଚଳର ଅନେକ ପଞ୍ଚାୟତର ଲୋକେ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ମେଡିକାଲ ପରିସରରେ ରୋଗୀ ଓ ପରିବାର ଲୋକଙ୍କ ଭିଡ ଦେଖିବାକୁ ମିଳୁଛି। ଯାଜପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ୍ତ ଥିବାବେଳେ ୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା। ୮୦ରୁ ଅଧିକ ଆକ୍ରାନ୍ତ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ।

ଯାଜପୁର ଝାଡ଼ାବାନ୍ତି ଘଟଣାରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖି କହିଛନ୍ତି, ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ଝାଡ଼ାବାନ୍ତି ହୋଇଛି। ୨୫୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ତଦନ୍ତ ପରେ ହିଁ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ରାଜ୍ୟସ୍ତରୀୟ ୨ଟି ଡାକ୍ତରୀ ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି।