Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଲଘୁଚାପ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପାଗରେ ପରିବର୍ତ୍ତନ ଦେଖା ଦେଇଛି। ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ଆଜି ବି ସାରା ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ କରାଇଲା ବିଭାଗ। ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ଆଶଙ୍କା ରହିଛି।