Odisha Link
Bridging the Missing Links in Odisha

ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ସହ ବ୍ରଜପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ।

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ। ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।