Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଜେପି ସରକାର ଶାସନକୁ ଏକ ବର୍ଷ ପୂରଣ ହୋଇଛି। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଛନ୍ତି। ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଉଛି। ଭାରତୀୟ ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି। ଆଜି ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ।

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟ ସ୍ତରୀୟ ସମାବେଶ ହେବାକୁ ଥିବାରୁ ବିପୁଳ ଜନ ସମାଗମ ହେବାର ସମ୍ଭାବନା ଅଛି। ପ୍ରାୟ ୨ ଲକ୍ଷ ଲୋକ ଏଥିରେ ଯୋଗ ଦେବାର ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ଗସ୍ତରେ ଆସୁଛନ୍ତି ଓ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏକ “ରୋଡ୍ ଶୋ” ର ଯୋଜନା କରାଯାଇଛି। ଜନସାଧାରଣଙ୍କ ସୁଗମନାଗମନ ପାଇଁ ଟ୍ରାଫିକ କଟକଣା ଗୁଡ଼ିକ ଲାଗୁ କରାଯାଇଛି।