Odisha Link
Bridging the Missing Links in Odisha

ଓଡ଼ିଶାବାସୀଙ୍କୁ ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଜେପି ସରକାର ଶାସନକୁ ଏକ ବର୍ଷ ପୂରଣ ହୋଇଛି। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଛନ୍ତି। ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଛି। ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୋଦିଙ୍କୁ ଦେଖିବାକୁ ଜନତା ମୈଦାନ ଲୋକାରଣ୍ୟ। ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ଦେଖିବାକୁ ମିଳିଛି।