Odisha Link
Bridging the Missing Links in Odisha

ଉପରମୁହାଁ ପାରଦ: ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ

ଓଏଲ୍‌ ବ୍ୟୁରୋ: ବଢୁଛି ତାତି। ସପ୍ତାହକ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ଦିନେ ଦୁଇ ଦିନ ଭିତରେ ତାପମାତ୍ରାରେ ଆହୁରି ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ୩୯.୧ ଡିଗ୍ରୀ, ଚାନ୍ଦବାଲିରେ ୩୮.୪ ଡିଗ୍ରୀ, ରାଉରକେଲାରେ ୩୭.୬ ଡିଗ୍ରୀ, ସମ୍ବଲପୁରରେ ୩୭.୫ ଡିଗ୍ରୀ, ଭୁବନେଶ୍ୱରରେ ୩୭.୪ ଡିଗ୍ରୀ, କେନ୍ଦୁଝରରେ ୩୭.୪ ଡିଗ୍ରୀ, ହୀରାକୁଦରେ ୩୭.୪ ଡିଗ୍ରୀ, ବାଲେଶ୍ୱରରେ ୩୫ ଡିଗ୍ରୀ, ପୁରୀରେ ୩୩ ଡିଗ୍ରୀ, ପାରାଦୀପରେ ୩୨.୩ ଡିଗ୍ରୀ, ଗୋପାଳପୁରରେ ୩୧.୫ ଡିଗ୍ରୀ ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।