ଦଳ ବିରୋଧୀ କାର୍ଯ୍ୟ ପଡ଼ିଲା ମହଙ୍ଗା: ବିଜେଡିରୁ ନିଲମ୍ବିତ ହେଲେ ମହିଳା ପର୍ଯ୍ୟବେକ୍ଷକ
ଓଏଲ୍ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ଏହାରି ମଧ୍ୟରେ ବିଜେଡିରୁ ନିଲମ୍ବିତ ହେଲେ ମିନତି ଦେବତା। ମହିଳା ବିଜେଡି ଉପସଭାପତି ଭାବେ କାର୍ଯ୍ୟରତ ଥିଲେ ମିନତି। ସେ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲା ମହିଳା ପର୍ଯ୍ୟବେକ୍ଷକ ଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି।