Odisha Link
Bridging the Missing Links in Odisha

ନୟାଗଡ଼ରେ ନବୀନଙ୍କ ପ୍ରଚାର, ଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ କଲେ ନିବେଦନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି। ପ୍ରଥମେ ଖୋର୍ଦ୍ଧା ହାବେଳି ପଡିଆରେ ନିର୍ବାଚନୀ ସଭାରେ ଯୋଗଦେଇ ଜନତାଙ୍କୁ ସମ୍ବୋଧନ କରିଥିଲେ। ଏହା ପରେ ନୟାଗଡ଼ ଗସ୍ତରେ ଯାଇ ଜନସଭାକୁ ସମ୍ବୋଧନ କରି ବିଜେଡି ସୁପ୍ରିମୋ କହିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି।

ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ବିରୋଧୀ ମିଛ କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, କୁମ୍ଭୀର କାନ୍ଦଣା କାନ୍ଦିବେ। ଏମାନେ ନିର୍ବାଚନ ବେଳେ ପର୍ଯ୍ୟଟକ ଭଳି ଆସିବେ। ନିର୍ବାଚନ ସରିଗଲେ ଖୋଜିଲେ ବି ଖୋଜିଲେ ବି ମିଳିବେ ନାହିଁ, ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.