Odisha Link
Bridging the Missing Links in Odisha

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ନବୀନଙ୍କୁ ଭେଟିଲେ ମୋହନ

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଏହାପୂର୍ବରୁ ସେ ବରପୂତ୍ରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଛନ୍ତି। ଏଥିସହିତ ସାଧାରଣ ଲୋକଙ୍କ ସହିତ ଭଲମନ୍ଦ ପଚାରି ବୁଝିଛନ୍ତି। ଏସବୁ ମଧ୍ୟରେ ଜାତୀୟ ରାଜନୀତିକୁ ନୂଆ ଦିଶା ଦେଖାଇଛି ଓଡ଼ିଶା ରାଜନୀତି। ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପୂର୍ବାହ୍ନରେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନବୀନ ନିବାସ ଗସ୍ତ କରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି। ଦୁଇ ନେତା କିଛି ସମୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ସୂଚନା ରହିଛି। ଏଥିସହିତ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବା ପାଇଁ ନବୀନ ପଟ୍ଟନାୟକଙ୍କୁ ଆମନ୍ତ୍ରଣ କରିଥିଲେ ନୂଆ ମୁଖ୍ୟମନ୍ତ୍ରୀ।