Odisha Link
Bridging the Missing Links in Odisha

ଦରବୃଦ୍ଧିକୁ ନେଇ ମନ୍ତ୍ରୀଙ୍କ ତତ୍ପରତା, ଏଣିକି ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର

ଓଏଲ୍‌ ବ୍ୟୁରୋ: ବଢି ଚାଲିଛି ଦର। ନିର୍ବାଚନ ସରିବା ପରେ ଦରବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପନିପରିବାଠୁ ଆରମ୍ଭ କରି ଆଳୁ ପିଆଜ ପର୍ଯ୍ୟନ୍ତ ଦରବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦରବୃଦ୍ଧିକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ଆଲୋଚନା କରିଛନ୍ତି। ଏହା ପରେ ସେ କହିଛନ୍ତି, ହୋର୍ଡିଂ ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଳୁ, ପିଆଜ ଯୋଗାଇବାକୁ ନାଫେଡକୁ କୁହାଯିବ। ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ହେବ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂଚନା ହୋଇଛି।